ରାଜ୍ୟରେ ସୁସ୍ଥ ହେଲେ ଆଉ ୭୪୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ
19/09/2021 at 9:41 PM

ଭୁବନେଶ୍ବର ୧୯/୦୯ : ରାଜ୍ୟରେ ସୁସ୍ଥ ହେଲେ ଆଉ ୭୪୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୭ ହଜାର ୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୯୬ ଜଣ ରହିଛନ୍ତି ।
ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୨୪୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୨ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୬୧ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୫ ଜଣ ପଜିଟିଭ ରହିଛନ୍ତି ।