ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ
18/09/2021 at 8:33 PM

ଭୁବନେଶ୍ବର ୧୮/୦୯ : ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୬ ହଜାର ୩୨୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୨୨ ଜଣ ରହିଛନ୍ତି ।
ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୯୬୨୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୯୪ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୩ ଜଣ ପଜିଟିଭ ରହିଛନ୍ତି ।