ଭୁବନେଶ୍ବର ୧୦/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୭ ଲକ୍ଷ ୭୨ ହଜାର ୯୭୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୨୪୮ ଜଣ ରହିଛନ୍ତି ।
wp:embed {"url":"https://twitter.com/HFWOdisha/status/1402975953035300867","type":"rich","providerNameSlug":"twitter","responsive":true,"className":""} /wp:embed wp:embed {"url":"https://twitter.com/HFWOdisha/status/1402975957602889728","type":"rich","providerNameSlug":"twitter","responsive":true,"className":""} /wp:embedରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୭୨୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୪୬ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୬୫୧ଜଣ ଲୋକାଲ୍ କେସ୍ ରହିଛନ୍ତି । ୬୯୩୩୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୬୪୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୪୫୭୬୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।