ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୩୦ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

Published By : Prameya-News7 Bureau | August 27, 2025 IST

ଭୁବନେଶ୍ୱର ୨୭।୦୮ : ସୃଷ୍ଟି ହେଲା ଲଘୁଚାପ। ୩୦ ଯାଏଁ ବର୍ଷା। ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଥିବା ବେଳେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ମାଲକାନଗିରିରେ ଅଧିକ ବର୍ଷା ହୋଇଛି। ଲଘୁଚାପ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତା ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। 

ତେବେ ଲଘୁଚାପ ପ୍ରଭାବରେ ଗଣେଶ ପୂଜା ଫିକା ପଡ଼ିପାରେ। କାରଣ ୩୦ ଯାଏ ବର୍ଷା ଲାଗି ରହିବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ମାଲକାନଗିରି ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିବା ସହ ସତର୍କ ରହିବାକୁ ପରାମର୍ଶ ଦେଇଛି। ଏଥିସହ କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ବି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୮ ତାରିଖ ଦିନ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ସାରା ଓଡ଼ିଶାରେ ବି ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

  • Weather
  • Weather Forecast
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.