ବଙ୍ଗୋପସାଗରରେ ଆସିପାରେ ଆଉ ଏକ ଲଘୁଚାପ, ବିଭିନ୍ନ ଜିଲ୍ଲାକୁ ବର୍ଷାର ଆଲର୍ଟ

Published By : Prameya-News7 Bureau | July 21, 2025 IST

ଭୁବନେଶ୍ୱର ୨୧।୦୭ : ପଶ୍ଚିମ କେନ୍ଦ୍ରୀୟ  ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ  ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି। ସୋମବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

୨୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୨ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି  ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ।  ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,  ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ  ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । 

୨୩ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ   ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ। ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଅନ୍ୟ କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ୨୫ ଓ ୨୬ ତାରିଖରେ ମଧ୍ୟ ଭିନ୍ନ ଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

  • Weather
  • Weather Forecast
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.