Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

୪୮ଘଣ୍ଟାରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୫ ଯାଏଁ ପ୍ରବଳ ବର୍ଷା

12/09/2023 at 8:36 AM

low pressure

ଭୁବନେଶ୍ୱର ୧୨।୦୯ : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

ପ୍ରଭାବରେ ରାଜ୍ୟରେ ଆସନ୍ତା ୧୫ ତାରିଖ ଯାଏ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଆଲର୍ଟ ଜାରି କରାଯାଇଛି। ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଥିବା ବେଳେ ବୁଧବାର ପାଇଁ ୭ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଜାରି କରାଯାଇଛି । ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କଟକ ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବୁଧବାର ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ୧୫ ତାରିଖ ଯାଏ ସାରା ଓଡ଼ିଶାରେ ବର୍ଷା ଜାରି ରହିବ ।

   Related Posts