ଆସୁଛି ଆଉ ଏକ ଲଘୁଚାପ, ୧୮ ତାରିଖରେ ସୃଷ୍ଟି ହେବ କ୍ଷେତ୍ର !

Published By : Prameya-News7 Bureau | August 16, 2023 IST

ଭୁବନେଶ୍ୱର ୧୬।୦୮ : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୮ ତାରିଖ ବେଳକୁ ଏହି ଲଘୁଚାପ ଆସିବା ସମ୍ଭାବନା । ଯାହାଫଳରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

ଖବର ଅନୁଯାୟୀ, ଉତ୍ତର-ପୂର୍ବ ତତ୍‌ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ଆସନ୍ତା ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଯାହାଫଳରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅନୁମାନ କରାଯାଉଛି ।

ସୂଚନାଯୋଗ୍ୟ ଯେ, ବୁଧବାରଠୁ ୪ ଦିନ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଇଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବୁଧବାର ଦିନ  ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ସୋନପୁର, ଅନୁଗୁଳ, ବଲାଙ୍ଗୀର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ । ସେହିପରି ଗୁରୁବାର ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଂଜାମ, ଗଜପତି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୮ ଓ ୧୯ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

wp:embed {"url":"https://www.prameyanews7.com/heavy-rainfall-next-four-days/","type":"wp-embed","providerNameSlug":"prameya-news-7"}
https://www.prameyanews7.com/heavy-rainfall-next-four-days/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.