LIVE TV

ଆସିପାରେ ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା

NEWS7
weather

ଭୁବନେଶ୍ୱର ୦୮।୧୦ : ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୯ ତାରିଖ ଯାଏ ଏହା ସକ୍ରିୟ ରହିବ। ବୁଧବାର କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳଠାରୁ ଦୂରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୦ ତାରିଖ ବେଳକୁ ଦୁଇଟି ଯାକ ଘୂର୍ଣ୍ଣିବଳୟ ମିଶି ବିସ୍ତୃତ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ସପ୍ତାହେ ଯାଏ ଲଘୁଚାପ ସୃଷ୍ଟିର ସମ୍ଭାବନା ନାହିଁ। ବରିଷ୍ଠ କୃଷି ପାଣିପାଗବିତ୍‌ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ୭ରୁ ୯ ତାରିଖ(ଆସନ୍ତା ୩ ଦିନ) ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତିଦିନ ସ୍ୱଳ୍ପ ବର୍ଷା ବା ହାରାହାରି ୧୫ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ମଧ୍ୟମ ପରିମାଣର ବର୍ଷା ସମ୍ଭାବନା ଅଛି। ଏହା ପର ଦୁଇଦିନ ବା ୧୦ ଓ ୧୧ ତାରିଖରେ ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ସ୍ୱଳ୍ପ ବର୍ଷା(୧୫ ମିମି ପର୍ଯ୍ୟନ୍ତ) ହୋଇପାରେ। ୧୨ ଓ ୧୩ ତାରିଖରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ସମେତ ସମୁଦ୍ର ସଂଲଗ୍ନ ଅଞ୍ଚଳରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ୭ରୁ ୧୧ ତାରିଖ ଭିତରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି। ୧୪ ତାରିଖରୁ ପାଗ ଶୁଖିଲା ରହିବ ବୋଲି ସେ ପୂର୍ବାନୁମାନ କରିଛନ୍ତି।