AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଗୁଲମର୍ଗ ସ୍କିଂ ରିସର୍ଟରେ ହିମସ୍ଖଳନ, ଫସିଲେ ଅନେକ ବିଦେଶୀ ଟୁରିଷ୍ଟ
  • ||
  • ନବ ଦାସ ହତ୍ୟା ମାମଲା, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଜେ.ପି ଦାସ କରିବେ ତଦନ୍ତର ତଦାରଖ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଟ୍ୱିନସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ବଜେଟ୍: ସୁନା-ରୁପା, ସିଗାରେଟ୍ ମହଙ୍ଗା, ଶସ୍ତା ହେଲା ଟିଭି ଉପକରଣ ଓ ସାଇକେଲ୍, ଖେଳନା
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ଢେଙ୍କାନାଳ: ରାସ୍ତାରେ ଓଲଟିପଡ଼ିଲା ଯାତ୍ରୀବାହୀ ଅଟୋ, ୯ ଆହତ
  • ||

ଓଡିଶାକୁ ମୁହାଁଉଛି ଆଉ ଏକ ଲଘୁଚାପ : ପୁରୀ,ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା

28/10/2018 at 11:37 AM

ଭୁବନେଶ୍ୱର ୨୮/୧୦ : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୪ ଘଣ୍ଟା ଭିତରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ। ଏହାର ପ୍ରଭାବରେ ଆଜିଠୁ ୩ଦିନ ଧରି ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବିଶେଷ କରି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ସ୍ବତନ୍ତ୍ର ବୁଲେଟିନରେ କୁହାଯାଇଛି।ପୁରୀ,ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର ଓଡିଶାର ଅଧିକାଂଶ ଅଞ୍ଚଳ,ଦକ୍ଷିଣ ଓଡିଶାର କିଛି ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡିଶାର ଅଳ୍ପ କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।  ଆସନ୍ତାକାଲି ଉପକୂଳ ଓଡିଶାର ଅଧିକାଂଶ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ଅଞ୍ଚଳର ବର୍ଷାର ସମ୍ଭାବନା ରହିଛି।  ଗଞ୍ଜାମ,ପୁରୀ,ଜଗତସିଂହପୁର,କଟକ,କେନ୍ଦ୍ରାପଡା,ଯାଜପୁର,ଭଦ୍ରକ,ବାଲେଶ୍ବର ଆଠଟି ଜିଲ୍ଲା  ୟେଲୋ ଜୋନରେ ଥିବାବେଳେ ଏଠାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ୩୦ତାରିଖରେ ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

   Related Posts