ଆସନ୍ତା ୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ରାଜ୍ୟରେ ବଢିବ ବର୍ଷା ପରିମାଣ ଏବଂ ବିସ୍ତୃତି

Published By : Prameya-News7 Bureau | September 09, 2023 IST

ଭୁବନେଶ୍ବର ୯।୯: ଆସନ୍ତା ୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା ରହିଛି । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର   ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୨ରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ସମ୍ଭାବନା ରହିଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଶନିବାର ଓ ରବିବାର ରାଜ୍ୟରେ ପାଗ ଶୁଖିଲା ରହିବ । ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ମଧ୍ ରହିଛି । ଆସନ୍ତା ୧୧ରୁ ରାଜ୍ୟରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୨ରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ ।

wp:embed {"url":"https://www.prameyanews7.com/it-is-raining-due-to-storms/","type":"wp-embed","providerNameSlug":"prameya-news-7"}
https://www.prameyanews7.com/it-is-raining-due-to-storms/
/wp:embed

ତେବେ ୧୧ ତାରିଖରେ ୨୦ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ବେଳେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ ଜିଲ୍ଲା ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି । ୧୨ ତାରିଖରେ ୧୨ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୨ ଜିଲ୍ଲା ହେଉଛି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ ଓ ଅନୁଗୋଳ ।

You Can Read :

wp:embed {"url":"https://www.prameyanews7.com/mother-and-daughter-lost-life-in-snake-bite-in-bansapal/","type":"wp-embed","providerNameSlug":"prameya-news-7"}
https://www.prameyanews7.com/mother-and-daughter-lost-life-in-snake-bite-in-bansapal/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.