ମାଓ ଦମନ କ୍ଷେତ୍ରରେ ସଫଳତା ପାଇଁ ଅତିରିକ୍ତ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ
Published By : Prameya-News7 Bureau | May 18, 2018 IST
ଓଡିଶାରେ ମାଓ ସମସ୍ୟା ସମ୍ପୂର୍ଣ ନିୟନ୍ତ୍ରଣାଧୀନ ରହିଛି ବୋଲି ସଚିବାଳୟରେ ଏକ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି | ଏଥି ସହ ଅସ୍ତ୍ର ତ୍ୟାଗ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ମାଓବାଦୀଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ | ଏହି ଅବସରରେ ବଲାଙ୍ଗୀର ଓ କନ୍ଧମାଳରେ ମାଓ ଦମନ କ୍ଷେତ୍ରରେ ବରିଷ୍ଠ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି | ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଉଭୟ ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲା ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଛନ୍ତି |