ମାଟ୍ରିକ୍‌ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର, ନୋଡାଲ୍‌ ସେଣ୍ଟରକୁ ପଠାଇବା ପ୍ରକ୍ରିୟା ଆଜିଠୁ

NEWS7
apple-ready-to-wrap-up-his-business-in-china

କଟକ ୧୦/୦୨: ୧୯ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବ । ଏଥିପାଇଁ ଆଜିଠାରୁ ନୋଡାଲ୍ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର । କଟକ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟ ଷ୍ଟ୍ରଙ୍ଗରୁମ୍‌ରୁ ପ୍ରଶ୍ନପତ୍ର ନୋଡାଲ୍ ସେଣ୍ଟରକୁ ପଠାଇବା ପ୍ରକ୍ରିୟା ଆରମ୍ଭ ହେବ। ଆଜି ପ୍ରଥମ ଦିନ ଦୂରଦୂରାନ୍ତରେ ଥିବା ୫ଟି ଜିଲ୍ଲାକୁ ପ୍ରଶ୍ନପତ୍ର ପଠାଯିବ । ବୋର୍ଡ ଷ୍ଟ୍ରଙ୍ଗରୁମ୍‌ରୁ ନୋଡାଲ୍ ସେଣ୍ଟରକୁ ପ୍ରଶ୍ନପତ୍ର ନେବା ପାଇଁ ୪୯ଟି ଡେସପାଚ୍ ଟିମ୍ ଗଠନ ହୋଇଛି ।

also read...

​​​​​​​ଆସନ୍ତା ୧୯ରୁ ମାଟ୍ରିକ୍‌ ପରୀକ୍ଷା, ସିସିଟିଭି ନଜରରେ ରହିବ ପରୀକ୍ଷା କେନ୍ଦ୍ର

ପ୍ରଶ୍ନପତ୍ର ନେବା ପାଇଁ ସେମି ଡିଜି ଲକର୍ ବ୍ୟବସ୍ଥା ହୋଇଛି । ପ୍ରଶ୍ନପତ୍ର କେଉଁ ରୁଟ୍‌ରେ ଯିବ ସେଥିପାଇଁ ରୁଟ୍ଚାର୍ଟ ପ୍ରସ୍ତୁତ ହୋଇଛି । ପ୍ରଶ୍ନପତ୍ର ନେଇ ଯାଉଥିବା ପ୍ରତି ଗାଡ଼ିରେ ସଶସ୍ତ୍ର ସୁରକ୍ଷା କର୍ମୀଙ୍କ ସମେତ ଦୁଇ ଜଣ ବୋର୍ଡ କର୍ମଚାରୀ ଉପସ୍ଥିତ ରହିବେ । ପ୍ରଶ୍ନପତ୍ର ସୁରକ୍ଷିତ ରଖିବା ପାଇଁ ରାଜ୍ୟରେ ମୋଟ ୩୨୨ଟି ନୋଡାଲ୍ ସେଣ୍ଟର ହୋଇଥିବା ବେଳେ ଏଥିରେ ୧୭ଟି ପୁଲିସ ଷ୍ଟେସନ୍ ରହିଛି ।