ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ

Published By : Prameya-News7 Bureau | December 01, 2022 IST

ଭୁବନେଶ୍ୱର ୦୧।୧୨ : ଅର୍ଚ୍ଚନା ନାଗ ଗିରଫ ମାମଲା । ଇଡିରେ ହାଜର ହେଲେ ହୋଟେଲ ମାଲିକ ଶିବ ପ୍ରସାଦ ଦାସ । ମାଷ୍ଟରକ୍ୟାଣ୍ଟିନ ଠାରେ ଥିବା ତାଜ ହୋଟେଲରେ ହୋଇଥିଲା ଡିଲ୍ । ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳୀ ଉଭୟ ସେହି ହୋଟେଲରେ ଜଣେ ବ୍ୟକ୍ତିଙ୍କୁ କରିଥିଲେ ବ୍ଲାକମେଲର ଶିକାର । ଯାହାର ଛାନଭିନ୍ କରୁଛି ଇଡି ।

ସେହିପରି ଅନ୍ୟପଟେ ବୁଧବାର ଦିନ ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ କରିଥିଲେ କୋର୍ଟ । ଭୁବନେଶ୍ୱର ନୟାପଲ୍ଲୀ ଥାନା ମାମଲାରେ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ ଆବେଦନ ଖାରଜ କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍ କୋର୍ଟ । ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମାମଲାକୁ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ କୋର୍ଟଙ୍କୁ ସ୍ଥାନାନ୍ତର କରାଯାଇଥିଲା । ଗତ ୨୮ ତାରିଖରେ ଜିଲ୍ଲା ଓ ଦୌରା ଜଜ୍ କୋର୍ଟରେ ହୋଇଥିଲା ଉଭୟ ପକ୍ଷରୁ ଶୁଣାଣି । ଶେଷରେ ବୁଧବାର ଅର୍ଚ୍ଚନାଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି କୋର୍ଟ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.