ଭୁବନେଶ୍ବର ୨୭।୩: ଓଡ଼ିଶାରେ ଭାରତୀୟ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ । ଭୁବନେଶ୍ୱରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ବଳୟରେ ୧୨୦ ବାଟାଲିୟନ ଅଭିମୁଖେ ବାହାରିଛନ୍ତି । ବାଟାଲିୟନରେ ରାତ୍ରୀ ରହଣି ଓ ଭୋଜନର କାର୍ଯ୍ୟକ୍ରମ ରହିଛି ।

ଶନିବାର ପୁରୀ, ଗୋପାଳପୁରରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ପରେ ସ୍ୱତନ୍ତ୍ର ବିମାନ ଯୋଗେ ଗୋପାଳପୁର ଯିବେ । ଆର୍ମି ଏୟାର ଡିଫେନ୍ସ କଲେଜ ଯାଇ ସେଠାରେ ସେନା ତାଲିମ ବ୍ୟବସ୍ଥାର ସମୀକ୍ଷା କରିବେ । ସେନା ଅଧିକାରୀ ଓ ପୂର୍ବତନ ସୈନିକଙ୍କ ସହ ଆଲୋଚନା କରିବେ । ଫିଲ୍ଡ ଫାୟାରିଂ ରେଞ୍ଜରେ ଲାଇଭ୍ ଫାୟାରିଂ ପ୍ରଦର୍ଶନ ହେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ୨୯ରେ ଦିଲ୍ଲୀ ଫେରିଯିବେ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ।

Also Read:- ମଦ ଦୋକାନ ପାଇଁ ଏପ୍ରିଲରେ ହେବ ଲଟେରୀ, ଖୋଲିବ ନାହିଁ ନୂଆ ଦୋକାନ