ନୂଆଦିଲ୍ଲୀ 25/07 :ଲଘୁଚାପର ରୂପ ନେଲା ଗତକାଲି ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ। ଆସନ୍ତା ୨୪ଘଣ୍ଟାରେ ହୋଇପାରେ ଅବପାତ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା। ଭିଜିବ ସାରା ଓଡ଼ିଶା। ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇଛି । ଏହା ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି ।
{"id":822030,"width":836,"height":557,"sizeSlug":"full","linkDestination":"none"}ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରୀ କରିଛି ପାଣିପାଗ କେନ୍ଦ୍ର । ଖାସ୍ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବ । ମାଲକାନଗିରି କୋରାପୁଟ ଗଜପତି ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କଲା ପାଣିପାଗ ବିଭାଗ । ଏଭଳି ସ୍ଥିତିରେ ଜୁଲାଇ ଶେଷ ପର୍ଯ୍ୟନ୍ତ ଜାରି ରହିବ । ସେପଟେ ପବନର ବେଗ ୪୫ ରୁ ୫୯ କିମି ରହିପାରେ। ତେଣୁ ଆଜିଠାରୁ ୨୭ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ମତ୍ସଜୀବୀଙ୍କୁ ବାରଣ ହୋଇଛି।
Also Read- ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ସେପଟେ ପାଣିପାଗ ବିଶେଷଜ୍ଞଙ୍କ ମତ ୨୮ ତାରିଖ ଠାରୁ ଉପକୁଳ ଓଡ଼ିଶାରେ ବର୍ଷାର ପରିମାଣ ବଢିବ । ତେବେ ୩୦ରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ବଙ୍ଗୋସାଗରରେ ସୃଷ୍ଟି ହେବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ।
Also Read - ଚୀନ ସହ ଚାରି ଦେଶ ଆଡ଼କୁ ବଢ଼ୁଛି ଭୟଙ୍କର ବାତ୍ୟା, ପବନର ବେଗ ୨୩୫ କିମି ହେବା ନେଇ ଆଶଙ୍କା