ଭୁବନେଶ୍ୱର ୧୮।୦୩ : ଥମିଲାନି ହଟ୍ଟଗୋଳ, କମିଲାନି ବିରୋଧ । ପୁଣି ଗୃହ ମୁଲତବୀ । ପ୍ରଥମେ ୧୧ଟା ୩୦ ଯାଏଁ ହୋଇଥିଲା ମୁଲତବୀ । ତାପରେ ପୁଣି ଆରମ୍ଭ ହୋଇଥିଲା ଗୃହ କାର୍ଯ୍ୟ । ହେଲେ ବିରୋଧୀଙ୍କ ହଙ୍ଗାମା ଓ ହଟ୍ଟଗୋଳ ଲାଗି ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଚନ୍ତି ବାଚସ୍ପତି ସୁରମା ପାଢୀ ।

ବିଧାନସଭା ବଜେଟ୍ ଅଧିବେଶନ । ବୁଧବାର ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ହୋହାଲ୍ଲା ଏବଂ ନାରାବାଜିରେ କମ୍ପିଥିଲା ବିଧାନସଭା । ବୁଧବାର ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ହଙ୍ଗାମା କରିଥିଲେ । ଯାହାଫଳରେ ପ୍ରଥମେ ବିଧାନସଭାକୁ ୧୧ଟା ୩୦ ଯାଏଁ ମୁଲତବୀ ରଖିଥିଲେ ବାଚସ୍ପତି । ମୁଲତବୀ ସମୟସୀମା ଆରମ୍ଭ ହେବା ମାତ୍ରେ ପୁଣି ଆରମ୍ଭ ହୋଇଥିଲା ବିଧାନସଭା । ସମାନ ପ୍ରସଙ୍ଗ ନେଇ ବିରୋଧୀ ପୁଣି ହଟ୍ଟଗୋଳ କରିଥିଲେ । ଏସ୍‌ସିବିରେ ନିଆଁ ଲାଗି ପୋଡ଼ିବା ଘଟଣାରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ବିରୋଧୀ । ଶେଷରେ ବାଚସ୍ପତି ପୁନର୍ବାର ବିଧାନସଭାକୁ ମୁଲତବୀ ରଖିଛନ୍ତି । ଅପରାହ୍ନ ୪ଟା ଯାଏଁ ଗୃହ କାର୍ଯ୍ୟକୁ ବନ୍ଦ ରଖିଛନ୍ତି ବାଚସ୍ପତି ସୁରମା ପାଢୀ । 

ସେପଟେ ବିଧାନସଭା ମୁଲତବୀ ପରେ ବି ଥମିନାହିଁ ବିରୋଧୀଙ୍କ ବିରୋଧ ପ୍ରଦର୍ଶନ । ଗୃହ ବାହାରେ ବିରୋଧୀ ସଦସ୍ୟମାନେ କୋକେଇ ଶୋଭାଯାତ୍ରା କରିଥିଲେ । ରାମ୍ ନାମ୍ ସତ୍ୟ ହେ ନାରାରେ କମ୍ପିଥିଲା ବିଧାନସଭା ପରିସର । ବିଜେଡି ସଦସ୍ୟମାନେ ପ୍ରତିକାତ୍ମକ କୋକେଇ କରି ବିରାଟ ଶୋଭାଯାତ୍ରା କରିଥିଲେ । ଏଥିରେ କଂଗ୍ରେସ ସଦସ୍ୟମାନେ ବି ସାଥ୍ ଦେଇଛନ୍ତି ।

Watch Video:-