ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର

Published By : Prameya-News7 Bureau | February 28, 2021 IST

କଟକ,୨୮/୦୨: କଟକ ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ଗତିରାଉତପାଟଣା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଅଟୋକୁ ଯାତ୍ରୀବାହୀ ବସ୍ ଧକ୍କା ଦେବାରୁ ଜଣେ ପ୍ରାଣ ହରାଇଛନ୍ତି ।

ସୂଚନାନୁସାରେ, ରବିବାର ସକାଳେ ରତିରାଉତ ପାଟଣା ଦେଇ ଏକ ବସ ଯାଉଥିଲା । ଏହି ସମୟରେ ବସଟି ଏକ ଅଟୋକୁ ଧକ୍କା ଦେଇଥିଲେ । ଫଳରେ ଘଟଣାସ୍ଥଳରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଏହାସହ ଅଟୋରେ ବସିଥିବା ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି ।

ଗୁରୁତରଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଛି ।   ପୋଲିସ ଘଟଣାସ୍ଥରେ ପହଁଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.