ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ରାସ୍ତାରେ ଓଲଟିପଡ଼ିଲା ଯାତ୍ରୀବାହୀ ଅଟୋ, ୩ ଶିଶୁ ଓ ୫ ମହିଳାଙ୍କ ସମେତ ୯ ଆହତ

1/02/2023 at 4:12 PM

ଢେଙ୍କାନାଳ ୦୧/୦୨: ଆସନ୍ତା ୪ତାରିଖରୁ ବିଶ୍ୱ ପ୍ରସିଦ୍ଧ ଜୋରନ୍ଦା ମେଳା । ଏଥିପାଇଁ ଢେଙ୍କାନାଳର ଜୋରନ୍ଦା ସ୍ଥିତ ମହିମା ଗାଦିରେ ପ୍ରସ୍ତୁତି ଚାଲିଛି । ଏପରିସ୍ଥଳେ ଆଜି ଏହି ଜୋରନ୍ଦାରେ ଏକ ଅଘଟଣ ଘଟିଛି । ଜୋରନ୍ଦା ମେଳାରେ ଯୋଗଦେବା ପାଇଁ ଶ୍ରଦ୍ଧାଳୁ ମାନଙ୍କୁ ନେଇ ମହିମା ଗାଦିକୁ ଯାଉଥିବା ଏକ ଅଟୋ ରିକ୍ସା ଦୁର୍ଘଟଣାର ସମ୍ମୁଖୀନ ହୋଇଛି ।

ଅଟୋ ରିକ୍ସାଟି ଜୋରନ୍ଦା ପ୍ରବେଶ ପଥରେ ଥିବା ମୁଖ୍ୟ ଫାଟକ ନିକଟରେ ଓଲଟି ପଡିଛି । ଫଳରେ ଅଟୋରେ ଥିବା ୯ଜଣା ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ଜଣ ଶିଶୁ ଓ ୫ଜଣ ମହିଳା ରହିଥିବା ଜଣାପଡିଛି । ସମସ୍ତେ ରାଉରକେଲା ଅଂଚଳର ବୋଲି ଜଣାପଡିଛି । ଟ୍ରେନରେ ରାଉଳକେଲାରୁ ଆସି ଢେଙ୍କାନାଳ ଷ୍ଟେସନରୁ ଏହି ଅଟୋ ଯୋଗେ ଜୋରନ୍ଦା ମହିମା ଗାଦୀକୁ ଯାଉଥିଲେ ।

ତେବେ ଜୋରନ୍ଦା ମୁଖ୍ୟ ଫାଟକ ନିକଟରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତା ପାଶ୍ୱକୁ ଓଲଟି ପଡିଥିଲା । ସ୍ଥାନୀୟ ଲୋକ ମାନେ ଆହତ ଯାତ୍ରୀ ମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଜୋରନ୍ଦା ଡାକ୍ତର ଖାନାରେ ଚିକିତ୍ସା ପାଇଁ ଭର୍ତ୍ତ କରିଥିବା ଜଣାପଡ଼ିଛି । ଆହତ ଯାତ୍ରୀ ମାନେ ସମସ୍ତେ ବିପଦ ମୁକ୍ତ ଥିବା ଡାକ୍ତର ଖାନା ସୂତ୍ରରୁ ଜଣାପଡିଛି ।

   Related Posts