ଭୁବନେଶ୍ୱର ୦୯/୦୬: ବାହନାଗା ହାଇସ୍କୁଲର ପୁନଃନିର୍ମାଣ ହେବ । 5T ଉପକ୍ରମରେ ଏକ ମଡେଲ ସ୍କୁଲ ଭାବରେ ଗଢାହେବ । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଏ ନେଇ ସ୍ପଷ୍ଟୀକରଣ କରାଯାଇଛି । ବାଲେଶ୍ୱର ଜିଲ୍ଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯିବ ।
5T ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହନଗା ରେଳ ଷ୍ଟେସନ ଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ମରଶରୀରକୁ ସମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା ।
wp:embed {"url":"https://www.prameyanews7.com/bahanga-high-school-house-buried-in-soil/","type":"wp-embed","providerNameSlug":"prameya-news-7"} /wp:embedପରବର୍ତ୍ତୀ ସମୟରେ ଶବ ଗୁଡିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି। ତେଣୁ ସ୍କୁଲ ଭାଙ୍ଗି ଏହାର ପୁନଃନିର୍ମାଣ ସମ୍ପର୍କରେ ବିଭିନ୍ନ ମହଲରେ ଦାବି ହୋଇଥିଲା । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ମୁଖ୍ୟ ସାଚନ ସଚିବ ଶ୍ରୀ ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍. ଅଶ୍ୱସ୍ତି ଭିଡିଓ କନ୍ ଫରେନ୍ସିଂ ଯୋଗେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧୀ, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ସମସ୍ତଙ୍କର ମତାମତ ନେଇଥିଲେ ।
ଯେହେତୁ ଛାତ୍ରଛାତ୍ରୀ ଅଭିବାବକ ଓ ଶକ୍ଷକ ଶିକ୍ଷୟତ୍ରୀ ମଧ୍ୟରେ ସେ ଦିନର ଭୟଙ୍କର ଦୃଶ୍ୟ ଏବେବି ସେମାନଙ୍କ ମନରେ ଭୟ ସୃଷ୍ଟି କରିଛି ଏବଂ ସେମାନେ ସମସ୍ତେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ତେଣୁ ପିଲାମାନଙ୍କର ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ବାହନଗା ହାଇସ୍କୁଲ ଓ ଏହାର ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲକୁ ଭାଙ୍ଗି ତା’ର ପୁନଃନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।