Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା, ଚଳଚଞ୍ଚଳ ନୀଳାଚଳ ଧାମ

9/07/2022 at 7:26 AM

ପୁରୀ ୦୯।୦୭ : ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଏହି ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।‌ ୭୫ପ୍ଲାଟୁନ ପୋଲିସ ଫୋର୍ସ ସହ ୧୦୦୦ ପୋଲିସ ଅଧିକାରୀ ମୁତୟନ ରହିଛନ୍ତି।

ତେବେ ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ ଟାରେ ମଙ୍ଗଳ ଆଳତି, ଭୋର ୪.୧୫ରେ ମଇଲମ, ୪.୩୦ରେ ତଡ଼ପଲାଗି,‌ ରୋଷହୋମ, ୫ଟାରେ ଅବକାଶ, ୫.୧୫ରେ ସୂର୍ଯ୍ୟପୂଜା, ୫.୩୦ରେ ଦ୍ଵାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫.୪୫ରୁ ୬.୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧.୩୦ ସେନାପଟା ଲାଗି, ୧୧.୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨.୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟାରୁ ୨.୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨.୩୦ରୁ ୩.୩୦ ଛେରାପହଁରା, ଅପରାହ୍ନ ୩ ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ୪ ଟାରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି। 

   Related Posts