ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଶ୍ରୀମନ୍ଦିରରେ ଆଜି ବଳଭଦ୍ର ଜନ୍ମ, ଶ୍ରୀଜୀଉଙ୍କୁ ଲାଗି ହେବ ରାକ୍ଷୀ ଓ ଗୁଆରୀ ମାଳ

22/08/2021 at 8:09 AM

ପୁରୀ ୨୨/୦୮ : ଆଜି ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଜନ୍ମୋତ୍ସଵ ପାଳନ କରାଯାଇଥାଏ । ଏହି ପବିତ୍ର ଜନ୍ମୋତ୍ସଵ ବିଧି ବିଧାନର ସହ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥାଏ । ଭୋଗମଣ୍ଡପ ବଢିବା ପରେ ଶ୍ରୀଜୀଉମାନଙ୍କର ମଇଲମ ହୋଇ ମହାସ୍ନାନ ବଢିଥାଏ । ଶ୍ରୀବିଗ୍ରହମାନଙ୍କୁ ତିନିଗୋଟି ଆଜ୍ଞାମାଳ, ଚାରିଖଣ୍ଡ ପାଟ ରାକ୍ଷୀ ଓ ଗୁଆର ମାଳି ଲାଗି କରାଯାଏ ।

ବଳଭଦ୍ରଙ୍କ ସମ୍ମୁଖରେ କଳସ ସ୍ଥାପନ କରାଯାଇ ଷଷ୍ଠିଦେବୀଙ୍କୁ ରଖାଯାଇ ପୂଜାବିଧି ତୀଥି, ରାଶି, ନକ୍ଷେତ୍ର ଅନୁଯାୟୀ ହୋଇଥାଏ । ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ଚଉଦୋଳରେ ନେଇ ମାର୍କଣ୍ଡେୟ ପୁଷ୍କରିଣୀକୁ ଯାଇଥାନ୍ତି ଓ ସେଠାରେ ଥିବା ଚକଡ଼ା ଉପରେ ବିଜେ କରିଥାନ୍ତି । ଚକଡ଼ା ଉପରେ ଥିବା ଗୋଲ ଚକା ଉପରେ କୁମ୍ଭାର ବିଶୋଇ ଦେଇଥିବା ଚିକିଟା ମାଟିରେ ସୁଦୁସୁଆର ସେବକମାନେ ବଳଭଦ୍ରଙ୍କ ମୂର୍ତ୍ତି ନିର୍ମାଣ କରିଥାନ୍ତି ।

ମୁଦିରସ୍ତ ପ୍ରସାଦ ଲାଗି ଓ ପୂଜାପଣ୍ଡା ପଞ୍ଚଉପଚାରରେ ଶୀତଳ ଭୋଗ ମଣୋହି କରିଥାନ୍ତି । ଏହାପରେ ପୂଜାପଣ୍ଡା ସାମନ୍ତ ମାଟି ମୂର୍ତ୍ତିଙ୍କ ଜୀବନ୍ୟାସ ମନ୍ତ୍ରପାଠ ଓ ଜାତକର୍ମ ନୀତି ସଂପନ୍ନ ହେବା ପରେ ମୂର୍ତ୍ତିଙ୍କୁ ମାର୍କଣ୍ଡେୟ ପୁଷ୍କରିଣୀରେ ବିସର୍ଜନ କରିଥାନ୍ତି । ବଳଭଦ୍ରଙ୍କ ଜନ୍ମ ନୀତି ସମ୍ପନ୍ନ ପରେ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରି ଶ୍ରୀମନ୍ଦିର ବାହୁଡା ବିଜେ କରିଥାନ୍ତି।

   Related Posts