ଦୁର୍ଘଟଣାରେ ଗୁରୁତର ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ବାଲିପାଟଣାରେ ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ

Published By : Prameya-News7 Bureau | October 23, 2018 IST

ବାଲିପାଟଣା ୨୩/୧୦ : ଦୁର୍ଘଟଣାରେ ଗୁରୁତର ବ୍ୟକ୍ତିଙ୍କ ମୃତ୍ୟୁ ପରେ ଗ୍ରାମବାସୀଙ୍କ ଦ୍ଵାରା ରାସ୍ତାରୋକ । ଉତ୍ୟକ୍ତ ଗ୍ରାମବାସୀ ମାନେ ନୂଆସାହି ଠାରେ ବାଲିପାଟଣା-ନିଆଳି ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ଦୁର୍ଘଟଣା ଘଟାଇଥିବା ବ୍ୟକ୍ତିଙ୍କୁ ଗିରଫ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରିଛନ୍ତି ଗ୍ରାମବାସୀ । ଗତକାଲି ରାତ୍ରି ପ୍ରାୟ ନଅଟା ବେଳେ ମାର୍ଥାପୁର ଗ୍ରାମର ବିଜୟ ଭୋଇ ଶୌଚ ଯାଇଥିବା ବେଳେ ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ବିଜୟ ଗୁରୁତର ହୋଇଯାଇ ଥିଲେ | ତାଙ୍କୁ ପ୍ରଥମେ ବାଲିପାଟଣା ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କ୍ୟାପିଟାଲ୍ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ କଟକ ଏସସିବି ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ ହୋଇଥିଲା । ବିଜୟ ପରିବାରର ଏକ ମାତ୍ର ରୋଜଗାର କ୍ଷମ ବ୍ୟକ୍ତି ହୋଇଥିବାରୁ ତୁରନ୍ତ କ୍ଷତିପୂରଣ ଦାବୀ କରିଛନ୍ତି ଗ୍ରାମବାସୀ । ବାଲିପାଟଣା ପୋଲିସ ଘଟଣାସ୍ଥଳରେ ପହିଁଞ୍ଚି ଭତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି । କିନ୍ତୁ କିଛି ସୁଫଳ ମିଳିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.