oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

3/08/2022 at 9:36 AM

ପୁରୀ ୦୩/୦୮: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

   Related Posts