Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ମହାପ୍ରଭୁଙ୍କ ବନକଲାଗି ନୀତି, ଶ୍ରୀମୁଖ ଶୃଙ୍ଗାର କରିବେ ସେବାୟତ

19/10/2022 at 9:11 AM

ପୁରୀ ୧୯/୧୦: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ତେବେ ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

   Related Posts