Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ବୁଧବାର ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

25/05/2022 at 8:29 AM

ପୁରୀ ୨୫/୦୫: ଆଜି ବୁଧବାର ଜ୍ୟେଷ୍ଠ କୃଷ୍ଣ ଦଶମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନରେ ୪ ଘଣ୍ଟା ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।

ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଦ୍ଵିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ଗୁପ୍ତ ସେବା କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହା ଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।

   Related Posts