ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ସଂଧ୍ୟା ୬ରୁ ରାତି ୧୨ ଯାଏଁ ଦର୍ଶନ ବନ୍ଦ

Published By : Prameya-News7 Bureau | May 08, 2024 IST

ପୁରୀ ୦୮।୦୫: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି । ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ବୁଧବାର ବୈଶାଖ କୃଷ୍ଣ ଅମାବାସ୍ୟା ତିଥି ଅବସରରେ ଶ୍ରୀବିଗ୍ରହମାନଙ୍କ "ଵନକଲାଗି" ନୀତି ଅନୁଷ୍ଠିତ ହେବ। ତତ୍ ସହିତ ଅନବସର ପିଣ୍ଡିରେ ଅନବସର ନୀତି ସମ୍ବନ୍ଧିତ କେତେକ ଆନୁଷଙ୍ଗିକ କାର୍ଯ୍ୟ ମଧ୍ୟ ସମ୍ପାଦିତ ହେବ। ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତ୍ର ଘ.୧୨.୦୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.