ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Published By : Prameya-News7 Bureau | May 28, 2025 IST

ପୁରୀ ୨୮।୦୫ : ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି । ଯେଉଁଥିଲାଗି ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବୁଧବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବଡ଼ଦିଅଁଙ୍କ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିଥାଏ । ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ ।  ରାତି ୭ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.