ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

Published By : Prameya-News7 Bureau | July 30, 2025 IST

ପୁରୀ ୩୦।୦୭ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଏହି ବିଶେଷ ନୀତି ପାଇଁ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 

ଖବର ଅନୁଯାୟୀ, ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡୁ ନୀତି ସରିଲେ ଠାକୁରଙ୍କ ବନକଲାଗି ନୀତି ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରମୁଖ ସିଂହାର କରିବେ । ଯେଉଁଥିପାଇଁ ସଂଧ୍ୟା ୬ଟାରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ବନକଲାଗି ନୀତି ପରେ ପୂର୍ବ ଭଳି ଦର୍ଶନ ଜାରି ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.