ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

Published By : Prameya-News7 Bureau | January 11, 2023 IST

ପୁରୀ ୧୧।୦୧ : ବୁଧବାର ଅପରାହ୍ନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନରେ ଠାକୁର ଦର୍ଶନ ଉପରେ କଟକଣା ରହିବ । ଏହି ସ୍ୱତନ୍ତ୍ର ନୀତି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ସ୍ବତନ୍ତ୍ର ନୀତି ପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ । ଯେପରି ସଂଧ୍ୟା ୫ଟାରୁ ରାତି ୯ଟା ଯାଏଁ ଦର୍ଶନ ବନ୍ଦ ରହିବ ।

ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିଲେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ତେବେ ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.