ପୁରୀ ୧୫।୦୪ :  ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ସଂଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 

Also Read:-Serena Hotel Islamabad: ଶାନ୍ତି ପାଇଁ ବୈଠକ କରାଇଥିଲା ପାକିସ୍ତାନ, ହେଲେ ଦେଇପାରିଲାନି ହୋଟେଲ୍ ବିଲ୍

ବୁଧବାର ବୈଶାଖ କୃଷ୍ଣ ତ୍ରୟୋଦଶ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ବିଶେଷ ନୀତି ପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନରେ ଦ୍ଵିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ପ୍ରସ୍ତୁତି ହେବ । 

ବନକଲାଗି ନୀତି କ'ଣ ?

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।