ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ; ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

28/11/2018 at 3:23 PM

ପୁରୀ ୨୮|୧୧:   ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତ ମାନେ ଏହି ନୀତି ଆରମ୍ଭ କରିବେ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବା ବେଳେ ଏହି ସମୟରେ ସାଧାରଣ ଭକ୍ତ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି।

ପ୍ରଥା ଓ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ପ୍ରତ୍ୟେକ ବୁଧବାର କିମ୍ବା ଗୁରୁବାରରେ ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି। କିନ୍ତୁ ଅନେକ କାରଣରୁ ଏହି ନୀତି ନିୟମିତ ହୋଇପାରୁନଥିଲା। ଏବେ ନୀତିରେ ଶୃଙ୍ଖଳା ଯୋଗୁଁ ମହାପ୍ରଭୁଙ୍କ ବନକ ଲାଗି ସହ ଶ୍ରୀମୁଖର ଶୃଙ୍ଗାର କାର୍ଯ୍ୟ ନିୟମିତ କରାଯାଉଛି। ଦତ୍ତ ମହାପାତ୍ର ସେବାୟତ ମାନେ ଶ୍ରୀମନ୍ଦିର ନୀତି ନୀର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୪.୩୦ ରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରିବେ। ପ୍ରାୟ ୫ ଘଣ୍ଟାର ଏହି ବନକ ଲାଗି ନୀତି ଥିବାରୁ ସର୍ବ ସାଧାରଣ ଦର୍ଶନକୁ ବନ୍ଦ କରାଯାଇ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯାଇଥାଏ। ତେବେ ବନକ ଲାଗି ପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତ ମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି। ଏଥିପାଇଁ ବେଶ୍ ନିଷ୍ଠାର ସହ ଦତ୍ତ ମହାପାତ୍ର ସେବାୟତ ମାନେ ବନକ ପ୍ରସ୍ତୁତ କରିଥାନ୍ତି। ବନକ ଲାଗି ନୀତି ସମ୍ପନ୍ନ ହେବା ପରେ ସାଧାରଣ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିଥାନ୍ତି।

   Related Posts