ଭୁବନେଶ୍ୱର ୨୯।୦୭ : ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି । ଯାହାଫଳରେ ଶ୍ରୀମନ୍ଦିରରେ ଚାରିଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସଂଧ୍ୟା ୬ଟାରୁ ରାତି ୧୦ ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଖବର ଅନୁଯାୟୀ, ବୁଧବାର ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଯୋଗୁ ବନ୍ଦ ରହିବ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି ଅନୁଷ୍ଠିତ ହେବ। ଯାହାଫଳରେ ଶ୍ରୀମନ୍ଦିରରେ ସନ୍ଧ୍ୟା ୬ ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।