ପ୍ରାର୍ଥୀପତ୍ର ଦାଖଲ କଲେ ବାରବାଟୀ କଟକ ବିଜେପି ପ୍ରାର୍ଥୀ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର

Published By : Prameya-News7 Bureau | May 06, 2024 IST

କଟକ: ବାରବାଟୀ କଟକ ବିଜେପି ପ୍ରାର୍ଥୀ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ତ୍ସୋମବାର ତାଙ୍କର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ସମର୍ଥକଙ୍କ ଗହଣରେ ଯାଇ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମା' କଟକ ଚଣ୍ଡୀଙ୍କ ମନ୍ଦିରରେ ପୂଜା ଅର୍ଚ୍ଚନା କରିଛନ୍ତି। ପୂଜା ଅର୍ଚ୍ଚନା ପରେ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ନାମାଙ୍କନ ଦାଖଲ ପାଇଁ ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ପହଞ୍ଚିଥିଲେ। ମୋଦିଙ୍କ ଡବଲ ଇଞିନ ସ୍ଳୋଗାନକୁ ସାକାର କରିଵା ପାଇଁ ସେ ନିର୍ବାଚନ ଲଢୁଥିବା କହିଛନ୍ତି ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.