LIFESTYLE
suno sunao
Aao Nxt
LIFESTYLE_728X90_B
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଅଦାଲତ ଝଟକା; ଏହି ମାମଲା ଖାରଜ କଲେ ହାଇକୋର୍ଟ

22/03/2023 at 11:18 PM

ଭୁବନେଶ୍ୱର: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଲାଗିଛି ଅଦାଲତ ଝଟକା। ସୋସିଆଲ ମିଡିଆରେ ବର୍ଷା ଏବଂ ଅନୁଭବଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବଂ ତାକୁ ଆଧାର କରି ବର୍ଷା ହାଇକୋର୍ଟରେ ଯେଉଁ ରିଟ୍ ପିଟିସନ ଆବେଦନ କରିଥିଲେ, ତାହା ଖାରଜ ହୋଯାଇଛି। ଓଡିଶା ହାଇକୋର୍ଟ ଆଜି ରାୟ ପ୍ରକାଶ କରି ବର୍ଷା ପ୍ରିୟଦର୍ଶୀନୀଙ୍କ ଆବେଦନକୁ ଖାରଜ କରିଛନ୍ତି। ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ଓ ଅନ୍ୟ କେତେକ ମାମଲା ଅଦାଲତରେ ବିଚାରାଧୀନ ଥିବା ବେଳେ ସୋସିଆଲ ମିଡିଆରେ ନାନା କଥା ଚର୍ଚ୍ଚା ହୋଇଥିଲା।

ସୋସିଆଲ ମିଡିଆରେ ତାଙ୍କ ବିରୋଧରେ ବିଭିନ୍ନ କଥା ଚର୍ଚ୍ଚା ଦ୍ୱାରା ମାନ ମର୍ଯାଦା ହାନି ହେଉଛି ବୋଲି ବର୍ଷା ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତାଙ୍କର ବ୍ୟକ୍ତିଗତ ଜୀବନ ନେଇ ସୋସିଆଲ ମିଡିଆରେ ବିଭିନ୍ନ କଥା ଅନୁଭବ ଆକ୍ଷେପ କରି କହୁଛନ୍ତି ବୋଲି ଅଭିଯୋଗ ଆଣିଥିଲେ । ଅନୁଭବ ଭିଡିଓ ମାଧ୍ୟମରେ ନିଜ ମତ ରଖୁଥିବା ବେଳେ ଏ ସବୁ ବର୍ଷାଙ୍କ ଜୀବନ ସହିତ ଜଡିତ। ପରିବାର ଅଦାଲତରେ ମାମଲା ବିଚାରାଧୀନ ଥିବା ବେଳେ ସୋସିଆଲ ମିଡିଆରେ ବିଭିନ୍ନ କଥା ଏହି ପ୍ରସଙ୍ଗରେ ଚର୍ଚ୍ଚା କରିବା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ।

କୌଣସି ସତ୍ୟତା ନଥିବା ଓ ଭିତ୍ତିହୀନ କଥା ସବୁ ସୋସିଆଲ ମିଡିଆରେ ତାଙ୍କ ବିରୋଧରେ କୁହାଯାଉଛି। ଏପରି ସୋସିଆଲ ମିଡିଆ ପୋଷ୍ଟ ଉପରେ ଅଙ୍କୁଶ ଜାରି କରାଯିବା ଆବଶ୍ୟକ ବୋଲି ବର୍ଷାଙ୍କ ପକ୍ଷରୁ ହୋଇଥିବା ଆବେଦନରେ ଦର୍ଶାଯାଇଥିଲା। ୨୦୨୨ ମେ ୨୭ରେ ହାଇକୋର୍ଟ ଏ ସଂପର୍କିତ ମାମଲାର ଶୁଣାଣି କରି ବର୍ଷାଙ୍କ ବ୍ୟକ୍ତିଗତ ପ୍ରସଙ୍ଗକୁ ନେଇ ଅନୁଭବ ମହାନ୍ତି ଆଉ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ପାରିବେ ନାହିଁ ବୋଲି  ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ପରସ୍ପରକୁ ଆକ୍ଷେପ କରି ଆବେଦନକାରୀ ବର୍ଷା ଓ ପ୍ରତିପକ୍ଷ ଅନୁଭବ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ପାରିବେ ନାହିଁ ବୋଲି ହାଇକୋର୍ଟ କହିଥିଲେ।

   Related Posts