ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲା, ସେପ୍ଟେମ୍ୱର ୭ରେ ହେବ ଆବେଦନ ଶୁଣାଣି

30/08/2022 at 2:26 PM

କଟକ ୩୦/୦୮: ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲା । ବର୍ଷାଙ୍କ ଆବେଦନର ଶୁଣାଣି ୭ ତାରିଖକୁ ଘୁଞ୍ଚିଲା । ଫାମିଲି କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି ବର୍ଷା ।

ସୂଚନା ଥାଉକି, ଗତ ମାସରେ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଥିଲେ ଅନୁଭବ । ଦୁଇଦିନ ଧରି ଚାଲିଥିଲା ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ।

ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଛାଡପତ୍ର ଆବେଦନ ଉପରେ ନିଜେ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ । ପ୍ରତିପକ୍ଷ ଓକିଲ ଅନୁଭବଙ୍କୁ ଜେରା କରିଥିଲେ । ଏହି ସମୟରେ ପତ୍ନୀ ବର୍ଷାଙ୍କ ଉଦ୍ଦେଶ୍ୟରେ ଶ୍ରୀମଦ୍ ଭଗବତ ଗୀତା ପ୍ରଦାନ କରିଥିଲେ ସାଂସଦ ଅନୁଭବ ମହାନ୍ତି ।

   Related Posts