Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ବର : ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପଛରେ ରହିଛି ସୁଚିନ୍ତିତ ଷଡ଼ଯନ୍ତ୍ର : ନରସିଂହ ମିଶ୍ର
  • ||
  • ରାହୁଲଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ କଳା ଡ୍ରେସ୍ ପିନ୍ଧି କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • ଆଉ ୧୦ ଜିଲ୍ଲାରେ ଭର୍ଚୁଆଲ୍‌ ହାଇକୋର୍ଟ, ଘୋଷଣା କଲେ ହାଇକୋର୍ଟ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର : ୧୩ ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

ଅସୁସ୍ଥ ହେଲେ ବୌଦ୍ଧ ଉପ ଜିଲ୍ଲାପାଳ; ଗୁରୁତର ଭାବେ କ୍ୟାପିଟାଲ୍‌ ମେଡିକାଲ୍‌ ସ୍ଥାନାନ୍ତର

7/03/2023 at 8:09 PM

ବୌଦ୍ଧ ୦୭/୦୩: ବୌଦ୍ଧ ଉପ ଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁର ଗୁରୁତର। ଲୁଣିବାହାଲ ଛାତ୍ରାବାସ ପରିଦର୍ଶନରେ ଯାଇଥିବା ବେଳେ ଗୋଡ଼ ଖସି ଯିବାରୁ ଗୁରୁତର ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।

ଖବର ଅନୁସାରେ, ମଙ୍ଗଳବାବାର ଉପ ଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁର ହରଭଙ୍ଗା ବ୍ଲକ୍ ଲୁନିବହାଲ ସ୍ଥିତ ଜନଜାତି ଛାତ୍ରାବାସ ପରିଦର୍ଶନ ରେ ଯାଇଥିଲେ। ଛାତ୍ରାବାସର ବାରଣ୍ଡାରେ ଲାଗିଥିବା ମାର୍ବଲରେ ତାଙ୍କ ଗୋଡ ଖସିଯିବାରୁ ସେଠାରେ ସେ ପଡ଼ିଯାଇଥିଲେ। ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ସଙ୍ଗେ ସଙ୍ଗେ ତାଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି ।

   Related Posts