ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର- ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପ୍ରଥମେ ଉତ୍ତର- ଉତ୍ତରପଶ୍ଚିମ ଏବଂ ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି। ଫଳରେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ବଡ଼ ବର୍ଷା ହୋଇପାରେ। ଏନେଇ ପାଣିପାଗର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗରୁତ୍ବପୂର୍ଣ୍ଣ କଥା ହେଲା, ୨ ଜିଲ୍ଲା ଅର୍ଥାତ୍ କେଉଁଝର, ମୟୁରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେହିପରି ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ। ଏହା ସହ ପ୍ରବଳ ବର୍ଷା ନେଇ ବରଗଡ଼, ସୋନପୁର, ବୌଦ୍ଧ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Also Read: ୫ ଦିନ ପ୍ରବଳ ଛେଚିବ ବର୍ଷା, ୩୦-୪୦ କିମି ବେଗରେ ବହିବ ପବନ

ସେହିପରି ମଙ୍ଗଳବାର ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଓ ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, କେଉଁଝର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ଆଲର୍ଟ।

ଏହା ବାଦ ରାଜ୍ୟରେ ୨୨ ତାରିଖ ବର୍ଷା ଜାରି ରହିବ । ଓଡ଼ିଶା ଉପକୂଳରେ ମେଘୁଆ ପାଗ ସହ ୪୫ରୁ ୫୫ କି.ମି ପବନ ସର୍ବାଧିକ ୬୫ କି.ମି ବେଗରେ ପବନ ବହିବାର ସମ୍ଭାବନାକୁ ନେଇ ସମୁଦ୍ର ଆସନ୍ତା ରହିବ। ତେଣୁ ମଙ୍ଗଳବାର ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।