କଟକ ଆସିବେ ଉପ ରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍, ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ

NEWS7
bea-box-provided-by-khadi-and-gramin-udyog-in-nilagiri

କଟକ ୧୮।୧: ଜାନୁଆରୀ ୨୩ ତାରିଖରେ କଟକ ଆସିବେ ଉପ ରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ । ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ଆସିବେ । ଆସିବା ନେଇ ସହମତି ପ୍ରଦାନ କରିଛନ୍ତି ଉପ ରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ । ଉପ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦେବେ । ଏନେଇ ସୂଚନା ଦେବା ସହ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିଛନ୍ତି ସଂସ୍କୃତି ସଚିବ ବିଜୟ କେତନ ଉପାଧ୍ୟାୟ ।