ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୨୦-୨୨ରେ କୋଭିଡ଼ ନେଇଛି ୨୦ହଜାରରୁ ଅଧିକ ଜୀବନ, ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ଲିଖିତ ଉତ୍ତର
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ ହୋଟେଲ ମାଲିକ
  • ||
  • ଟାଙ୍ଗୀ : ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||

ସୁନାମୁଖୀ ଜଙ୍ଗଲରେ ପଡିଛି ମୁଣ୍ଡ ବିହୀନ ଗଳିତ ମୃତଦେହ, ଚାରିପଟେ ରକ୍ତ ଛିଟା

26/08/2022 at 12:38 PM

କଳାହାଣ୍ଡି ୨୬।୮: ଜଙ୍ଗଲରେ ପଡିଛି ମୁଣ୍ଡ ବିହୀନ ମୃତଦେହ । କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ମଦନପୁର ପାଖ ସୁନାମୁଖୀ ଜଙ୍ଗଲରେ ପଡିଛି ମୃତଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ମଦନପୁର ପାଖ ସୁନାମୁଖୀ ଜଙ୍ଗଲରେ ଶୁକ୍ରବାର ସକାଳୁ ଏକ ମୁଣ୍ଡ ବିହୀନ ଗଳିତ ମୃତଦେହ ପଡିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏ ନେଇ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ଦିନେ କି ଦୁଇ ଦିନ ଆଗରୁ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ମୃତଦେହଟି ମୁଣ୍ଡ ବିହୀନ ଓ ଉଲଗ୍ନ ଅବସ୍ଥାରେ ପଡିଥିବା ବେଳେ ନିକଟରେ ରକ୍ତ ଛିଟା ମଧ୍ୟ ପଡିଛି । ପାରିପାର୍ଶ୍ବିକ ସ୍ଥିତିକୁ ଦେଖିଲେ ଏହା ଏକ ଯୋଜନାବଦ୍ଧ ହତ୍ୟା ହୋଇ ଥାଇପାରେ ବୋଲି ସନ୍ଦେହ କରାଯାଉଛି ।

ମୃତଦେହଟିର ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ ।ସାଇଣ୍ଟିଫିକ୍ ଟିମ୍ ଆସିଲା ପରେ ତଦନ୍ତ କରାଯିବ ବୋଲି ମଦନପୁର ରାମପୁର ଆଇଆଇସି ସୂଚନା ଦେଇଛନ୍ତି ।

   Related Posts