ସ’ ମିଲ୍ରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ !
3/05/2020 at 12:25 PM

ବାଲେଶ୍ବର ୦୩।୦୫: ସ’ ମିଲ୍ରେ ଭୟାବହ ଅଗ୍ନିକାଣ୍ଡ । ବାଲେଶ୍ୱର ଗଡଗଡିଆ ଛକ ନିକଟରେ ଥିବା ସ’ ମିଲ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ ନିଆଁ ଲିଭା ପାଇଁ ଅଗ୍ନିଶମ ବାହିନୀ ନିୟୋଜିତ ।
ସୂଚନାଯୋଗ୍ୟ ଯେ, ଗଡଗଡିଆ ଛକ ନିକଟ ବଟେଶ୍ବର ସ’ ମିଲ୍ରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳର ଅଗ୍ନିଶମ ବାହିନୀର ୩ଟି ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛି।
Related Posts
ରାତି ୧୨ପରେ ବୁଲୁଛି ମୋଟର ସାଇକେଲ, ସିସିଟିଭିରେ ଭିଜୁଆଲ କଏଦ
6 February 2023
ଖାଇବା ବେଳେ ବଚସା, ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ବୋମାମାଡ଼
6 February 2023
ଟ୍ରକକୁ ପଛ ପଟୁ ପିଟିଲା ୧୦୮ ଆମ୍ବୁଲାନ୍ସ, ୩ ଆହତ
5 February 2023