LIVE TV

ମଙ୍ଗଳବାରଠୁ ଖୋଲିବ ଧାନ ମଣ୍ଡି, ଏବର୍ଷ ଅଧିକ ଧାନ କିଣା ପାଇଁ ଟାର୍ଗେଟ ରଖାଯାଇଛି

NEWS7
bhdrak-collector-visit-injured-people-at-hospital

ଭୁବନେଶ୍ୱର ୨୪।୧୧ : ମଙ୍ଗଳବାରଠୁ ଖୋଲିବ ଧାନ ମଣ୍ଡି । ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଗତବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଧାନ କିଣା ପାଇଁ ଟାର୍ଗେଟ ରଖିଛନ୍ତି ରାଜ୍ୟ ସରକାର । ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଧାନ କିଣା ପାଇଁ ମଣ୍ଡି ଗୁଡ଼ିକରେ ଖାଦ୍ୟ ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା କରାଯାଇଛି । ଠିକ୍ ସମୟରେ ଗାଡ଼ି ପହଞ୍ଚାଇବା ପାଇଁ ମିଲ୍ ମାଲିକମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଧାନ କିଣା ଉପରେ କଡ଼ା ନଜର ରଖିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମଣ୍ଡି ଖୋଲିବା ପରେ ଯେଉଁଠି ଅସୁବିଧା ଦେଖାଯିବ, ତାକୁ ତୁରନ୍ତ ହିଁ ସମାଧାନ ପାଇଁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି । କଟନୀ ଛଟନୀ ଉପରେ ରାଜ୍ୟ ସରକାର ତୀକ୍ଷ୍ଣ ନଜର ରଖିଛନ୍ତି । ଚାଷୀ ଆଉ ମିଲରଙ୍କ ଭିତରେ ସଲାସୁତୁରା ହୋଇ କଟନୀ ଛଟନୀ ଯଦି କରିବେ । ତେବେ ତାହା ରାଜ୍ୟ ସରକାରଙ୍କ କର୍ତ୍ତୃତ୍ୱଧୀନ ନୁହେଁ ।

ସୂଚନାଯୋଗ୍ୟ ଯେ, ୨୦୨୪-୨୫ ଖରିଫ୍ ଋତୁରେ ଧାନ ବିକ୍ରି କରିବାକୁ ୧୭.୫୦ ଲକ୍ଷ ଚାଷୀ ପଞ୍ଜୀକରଣ କରିଥିଲେ । ମାତ୍ର ଏ ବର୍ଷ ୨ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିଥିବାରୁ ଏ ବର୍ଷ ଧାନ ସଂଗ୍ରହ ଟାର୍ଗେଟ୍ ବୃଦ୍ଧି କରାଯାଇଛି । ଉଭୟ ଖରିଫ ଓ ରବି ଋତୁ ପାଇଁ ୯୩ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଛି । ଖରିଫ୍ ଋତୁ ପାଇଁ ଖାଦ୍ୟ ଓ କ୍ରୟ ନୀତି ୨୦୨୫-୨୬ ଗତ ଅକ୍ଟୋବରରେ କ୍ୟାବିନେଟ୍ ବୈଠକରେ ଅନୁମୋଦନ ଲାଭ କରିଥିଲା । ଖରିଫ୍ ଧାନ କିଣା ସମୟ ୨୦୨୫ ନଭେମ୍ୱର ୧ରୁ ୨୦୨୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରହିଛି ।