ପର୍ଯ୍ୟଟକଙ୍କ ପାଇଁ ବନ୍ଦ୍‌ ରହିବ ଭିତରକନିକା, ଦିନ ଓ ରାତିରେ ଗଣନା ହେବ କୁମ୍ଭୀର

Published By : Prameya-News7 Bureau | January 02, 2023 IST

କେନ୍ଦ୍ରାପଡା ୦୨/୦୧: ଜାନୁଆରୀ ୪ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ବନ୍ଦ ରହିବ । ବିରଳ ବଉଳା କୁମ୍ଭୀର ମାନଙ୍କ ଅନ୍ତୁଡିଶାଳ କୁହାଯାଉଥିବା ଭିତରକନିକାରେ ପ୍ରତିବର୍ଷ ପରି ଚଳିତବର୍ଷ କୁମ୍ଭୀର ଗଣନା କରାଯିବ ।

ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳ ଗୁଡିକରେ କୁମ୍ଭୀର ମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକ ଙ୍କ ପାଇଁ ବନ୍ଦ ରହିବ । ଜାନୁଆରୀ ୪ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଭିତରକନିକା ବନ୍ଦ ରହିବ ।

ଜାନୁଆରୀ ୨୦୨୨ ଗଣନା ଅନୁସାରେ ଭିତରକନିକାରେ ୧୭୮୪ଟି ବଉଳା କୁମ୍ଭୀର ଅଛନ୍ତି । କୁମ୍ଭୀର ବିଶାରଦ ଡା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ ମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ । ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା କରାଯିବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.