କୁମ୍ଭୀର ଗଣନା ଲାଗି ଜାନୁୟାରୀ ୨ରୁ ବନ୍ଦ ରହିବ ଭିତରକନିକା, ପର୍ଯ୍ୟଟକଙ୍କୁ ୧୦ ଦିନ ଆସିବା ମନା

Published By : Prameya-News7 Bureau | December 28, 2021 IST

ପଟ୍ଟାମୁଣ୍ଡାଇ ୨୮/୧୨: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜାନୁଆରୀ ୨ ତାରିଖରୁ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ବନ୍ଦ ରହିବ । ବିରଳ ବଉଳା କୁମ୍ଭୀରମାନଙ୍କ ଏନ୍ତୁଡିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳ ଗୁଡିକରେ କୁମ୍ଭୀର ମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନକୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯିବ ।

ଜାନୁଆରୀ ୨ତାରିଖରୁ ୧୧ତାରିଖ ପର୍ଯ୍ୟନ୍ତ ୧୦ଦିନ ଧରି ଭିତରକନିକା ବନ୍ଦ ରହିବ । ଜାନୁଆରୀ ୨୦୨୧ ବା ଗତବର୍ଷ ଗଣନା ଅନୁସାରେ ଭିତରକନିକାରେ ୧୭୬୮ଟି ବଉଳା କୁମ୍ଭୀର ଅଛନ୍ତି । କୁମ୍ଭୀର ବିଶାରଦ ଡା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ । ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା କାର୍ଯ୍ୟ କରାଯିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଡା ଯଜ୍ଞଦତ୍ତ ପତି l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.