oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ, କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ଥିଲା ବନ୍ଦ

1/08/2022 at 8:45 AM

ପଟ୍ଟାମୁଣ୍ଡାଇ ୦୧।୦୮:  ଦୀର୍ଘ ୩ ମାସ ପରେ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ଋତୁ ପାଇଁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିଲା। ଭିତରକନିକା ଖୋଲୁଥିବାରୁ ଏଥିପାଇଁ ବନ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଗୁପ୍ତି ଓ ଡାଙ୍ଗମାଳରେ ପର୍ଯ୍ୟଟକମାନେ ରାତ୍ରିଯାପନ କରିପାରିବେ । ଏଥିପାଇଁ ୱେବସାଇଟ୍‌ ଖୋଲା ଅଛି । ମାତ୍ର ହବାଳିଖଟିକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।

ପୂର୍ବରୁ କେବଳ ରାତ୍ରିଯାପନ କରୁଥିବା ପର୍ଯ୍ୟଟକମାନେ ହବାଳିଖଟି ଯାଉଥିଲେ । ହବାଳିଖଟିରେ ଥିବା ଡଲଫିନ୍‌ ହାଉସ ନିକଟକୁ ସମୁଦ୍ର ମାଡ଼ି ଆସିଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ କିଛିଦିନ ପର୍ଯ୍ୟନ୍ତ ହବାଳିଖଟିରେ ରାତ୍ରିଯାପନ ବନ୍ଦ କରାଯାଇଛି । ବର୍ଷା ଦିନେ ସମୁଦ୍ର ଅଧିକ ଅଶାନ୍ତ ରହୁଥିବାରୁ ବନ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଏହାବାଦ୍‌ ଭିତରକନିକାକୁ ପଲିଥିନ ମୁକ୍ତ କରିବାକୁ ପର୍ଯ୍ୟଟକମାନଙ୍କୁ ସଚେତନ କରାଯିବ । ଭିତରକନିକା ଯେପରି ପଲିଥିନ୍‌ ଓ ପ୍ଲାଷ୍ଟିକ୍‌ ମୁକ୍ତ ଜାତୀୟ ଉଦ୍ୟାନ ହେବ, ସେଥିପାଇଁ ସବୁସ୍ତରରେ ସଚେତନ କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି ।

ପୂର୍ବରୁ ଏହି କଟକଣା ଥିଲେ ମଧ୍ୟ କେତେକାଂଶରେ ପର୍ଯ୍ୟଟକମାନେ ପଲିଥିନ ଭିତରକୁ ନେଇ ଏଣେ ତେଣେ ଫୋପାଡ଼ିବା ସହ ନଦୀ ନାଳରେ ମଧ୍ୟ ଫିଙ୍ଗୁଥିଲେ । ଭିତରକନିକା ଜୈବ ବିବିଧତାର ସୁରକ୍ଷା ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟକୁ ପଲିଥିନ୍‌କୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି । ପର୍ଯ୍ୟଟକମାନଙ୍କୁ ଶୁଦ୍ଧ ପାନୀୟଜଳ ଯୋଗାଇ ଦେବା ପାଇଁ ଭିତରକନିକାର ବିଭିନ୍ନ ସ୍ଥାନରେ ପାନୀୟଜଳର ବ୍ୟବସ୍ଥା କରାଯିବ । ସୁସ୍ଥ ପରିବେଶ ପାଇଁ ପର୍ଯ୍ୟଟକମାନେ ପଲିଥିନ୍‌ ଓ ପ୍ଲାଷ୍ଟିକ୍‌ ମୁକ୍ତ ଭିତରକନିକା ଗଢ଼ିବାରେ ସହଯୋଗର ହାତ ବଢ଼େଇବାକୁ କନିକା ରେଂଜ ଅଫିସର ମାନସ କୁମାର ଦାସ ନିବେଦନ କରିଛନ୍ତି । ପଲିଥିନ୍‌ ବଦଳରେ କପଡ଼ା ବ୍ୟାଗ୍‌, କାଗଜ ବ୍ୟାଗ୍‌ ଓ ଝୋଟରେ ପ୍ରସ୍ତୁତ ବ୍ୟାଗ୍‌ ବ୍ୟବହାର କରିବାକୁ ବନ ବିଭାଗ ପକ୍ଷରୁ ନିବେଦନ କରାଯାଇଛି ।

   Related Posts