ଭୁବନେଶ୍ୱର: ଭୁବନେଶ୍ୱରରେ ନିର୍ମାଣ ହେବ ବହୁତଳବିଶିଷ୍ଟ ରାଜସ୍ୱଭବନ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତିମୋହନମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଭୁବନେଶ୍ୱରରେ ଏକ ୯ ମହଲା ବିଶିଷ୍ଟ ରାଜସ୍ୱ ଭବନ ନିର୍ମାଣ ହେବ। ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହିତ ନିର୍ମିତ ଏହି ଭବନର ୯ ମହଲା ତଳେ ୨ଟି ବେସମେଣ୍ଟ ଓ ଗୋଟିଏ ଗ୍ରାଉଣ୍ଡଫ୍ଲୋର ରହିବ । ଏଥିପାଇଁ ସମୁଦାୟ ୩୪୭.୮୬ କୋଟି ଟଙ୍କା ଖର୍ଚ୍ଚ ହେବ ।

ଏହି ଭବନରେ ଗୋଟିଏ ସ୍ଥାନରେ ରାଜସ୍ୱ ବିଭାଗର ସମସ୍ତ ପ୍ରଶାସନିକ ବ୍ୟବସ୍ଥା ରହିବା ଦ୍ୱାରା ଏହା ମାଧ୍ୟମରେ ରାଜସ୍ୱ ବ୍ୟବସ୍ଥାର ସୁପରିଚାଳନା ଏବଂ ରାଜସ୍ୱ ଆଦାୟ ପ୍ରକ୍ରିୟା ସହଜ ଓ ସୁବ୍ୟବସ୍ଥିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଶାବ୍ୟକ୍ତ କରିଛନ୍ତି ।