ଖାରଜ୍‌ ହେଲା ଜାମିନ୍‌ ଆବେଦନ, ଜେଲ୍‌ ଗଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବ

Published By : Prameya-News7 Bureau | October 08, 2021 IST

ଖୋର୍ଦ୍ଧା, ୦୮/୧୦: ଜେଲ୍‌ ଗଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବ । ଖୋର୍ଦ୍ଧା କୋର୍ଟରେ କରିଥିବା ଜାମିନ୍‌ ଆବେଦନ ଖାରଜ ପରେ ଚିଲିକା ବିଧାୟକଙ୍କୁ ଜେଲ୍‌କୁ ପଠାଇଦିଆଯାଇଛି । ଖୋର୍ଦ୍ଧା ଏଡିଜେ-୧ ଅଦାଲତ ତାଙ୍କର ଜାମିନ୍‌ ଖାରଜ କରିଥିଲେ । ପୂର୍ବ ପ୍ରସ୍ତୁତି ଅନୁସାରେ ଆଜି କୋର୍ଟରେ ଜଗଦେବ ଆତ୍ମସମର୍ପଣ  କରିଥିଲେ ।

ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରା ଜଜ ଖୋର୍ଦ୍ଧାଙ୍କ କୋର୍ଟରେ ଆତ୍ମ ସମର୍ପଣ କରି ଜାମିନ ପାଇଁ ଆବେଦନ କରିଥିଲେ । ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଥାନାରେ ବିଧାୟକ ଜଗଦେବଙ୍କ ନାମରେ ଏକ ମାମଲା ରୁଜ୍ଜୁ ହୋଇଥିଲା । ବିଧାୟକ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ । ହାଇକୋର୍ଟ ପରାମର୍ଶ କ୍ରମେ ଶୁକ୍ରବାର ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଆବେଦନ କରିଥିଲେ। ଏହାର ବିଚାର କରି କୋର୍ଟ ଏହାକୁ ଖାରଜ କରିଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.