ଭୁବନେଶ୍ଵର: ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଚର୍ଚ୍ଚା ଭିତରେ ରାଜ୍ୟ ସରକାର ମଙ୍ଗଳବାର ଆଇଏଏସ ଓ ସଚିବ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ରଥଯାତ୍ରା ସମୟରେ ପୁରୀ ଜିଲ୍ଲାପାଳ ଭାବରେ ନିଯୁକ୍ତ ହୋଇଥିବା ଆଇଏଏସ ଚଞ୍ଚଲ ରାଣାଙ୍କୁ ଭୁବନେଶ୍ଵର ମହାନଗର ନିଗମ(ବିଏମସି)ର କମିଶନର ଭାବେ ନିଯୁକ୍ତ କରାଯାଇଛି। ରଥ ଅଘଟଣ ପରେ ପୁରୀ ଜିଲ୍ଲାପାଳ ଭାବେ ତାଙ୍କୁ ରାଜ୍ୟ ସରକାର ଦାୟିତ୍ବ ନେଇଥିଲେ। ସେହିଭଳି ବର୍ତ୍ତମାନ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ପୁରୀ ଜିଲ୍ଲାପାଳ ଦାୟିତ୍ବ ଦିଆଯାଇଛି । ୨୦୧୬ ବ୍ୟାଚ୍ର ଦିବ୍ୟଜ୍ୟୋତି ପରିଡ଼ା ପୂର୍ବରୁ ଗଞ୍ଜାମ ଜିଲ୍ଲାପାଳ ଥିଲେ । ସେହିଭଳି ହେମନ୍ତ ଶର୍ମାଙ୍କୁ ଲୋକ ସଂପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ତାଙ୍କ ପରେ ଭାସ୍କରଜ୍ୟୋତି ଶର୍ମାଙ୍କୁ ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ। ସଂଗ୍ରାମ କେଶରୀ ମହାପାତ୍ର ଦକ୍ଷିଣାଞ୍ଚଳ RDC, ବିଜୟ କୁମାର ଦାସ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ଭୁପେନ୍ଦ୍ର ସିଂ ପୁନିଆ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ, ଗୁହା ପୁନମ ତାପସ କୁମାରଙ୍କୁ କେନ୍ଦ୍ରାଞ୍ଚଳ RDC ଦାୟିତ୍ବ ଦିଆଯାଇଛି। ରେହାନ ଖତ୍ରିଙ୍କୁ ସମ୍ବଲପୁର ମ୍ୟୁନିସିପାଲ କର୍ପୋରେସନର କମିଶନର ଦାୟିତ୍ବ ଦିଆଯାଇଛି।
ସଞ୍ଜୀବ କୁମାର ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ଦିଆଯାଇଥିବାବେଳେ ରୁପା ରୋଶନ ସାହୁ ରାଜ୍ୟପାଳଙ୍କ ସଚିବ ନିଯୁକ୍ତ ହୋଇଛନ୍ତି। ସେହିଭଳି ସଚିନ ରାମଚନ୍ଦ୍ର ଯାଦବ କ୍ରୀଡ଼ା ଓ ଯୁବ ସେବା ବିଭାଗର ସଚିବ, କୁଲକର୍ଣ୍ଣି ଆଶୁତୋଷ ସିଙ୍କୁ ରାୟଗଡ଼ା ଜିଲ୍ଲାପାଳ, ଆଇଏଏସ ମଧୁସ୍ମିତାଙ୍କୁ ଗଜପତି ଜିଲ୍ଲାପାଳ, ଚୌହାନ କୁନାଲ୍ ମୋତିରାମଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ, ବିଭୂତି ଭୂଷଣ ନାୟକ- ବୌଦ୍ଧ ଜିଲ୍ଲାପାଳ, ବିଭୂତି ଭୂଷଣ ନାୟକ ବୌଦ୍ଧ ଜିଲ୍ଲାପାଳ, ସୋମେଶ କୁମାର ଉପାଧ୍ୟାୟଙ୍କୁ ମାଲକାନଗିରି ଜିଲ୍ଲାପାଳ, ଶୁଭଙ୍କର ମହାପାତ୍ରଙ୍କୁ ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି।
ଆଶିଷ ଈଶ୍ବର ପାଟିଲ୍ଙ୍କୁ ଢେଙ୍କାନାଳ ଜିଲ୍ଲାପାଳ, କୀର୍ତ୍ତି ଭାସନ ଭିଙ୍କୁ ଗଞ୍ଜାମ ଜିଲ୍ଲାପାଳ, ମନୋଜ ସତ୍ୟବାନ ମହାଜନ କୋରାପୁଟ ଜିଲ୍ଲାପାଳ, ବେଦଭୂଷଣଙ୍କୁ କନ୍ଧମାଳ ଜିଲ୍ଲାପାଳ, ନୃପରାଜ ସାହୁଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳ, ମହେଶ୍ବର ସ୍ବାଇଁ ନବରଙ୍ଗପୁର ଜିଲ୍ଲାପାଳ, ରଘୁରାମ ଆୟାର କେନ୍ଦ୍ରାପଡ଼ା ଜିଲ୍ଲାପାଳ, ଅମ୍ବର କୁମାର କର ଯାଜପୁର ଜିଲ୍ଲାପାଳ, ଅମ୍ରିତ ଋତୁରାଜଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି।