scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଜାତୀୟ ରାଜନୀତିରେ ହେବ କି ନୂଆ ସମୀକରଣ ? ଓଡ଼ିଶା ଆସିବେ ବିହାର ମୁଖ୍ୟମନ୍ତ୍ରୀ! ନବୀନଙ୍କୁ କରିପାରନ୍ତି ସାକ୍ଷାତ

3/05/2023 at 11:35 AM

ଭୁବନେଶ୍ୱର ୦୩/୦୫: ଓଡ଼ିଶା ଆସିବେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ଆସନ୍ତା ୫ ତାରିଖ ଓଡ଼ିଶା ଆସିପାରନ୍ତି ନୀତିଶ । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିହାର ମୁଖ୍ୟମନ୍ତ୍ରୀ ଭେଟିବା ନେଇ ଚର୍ଚ୍ଚା ବଢିଛି ।

ଯଦି ଉଭୟ ନେତାଙ୍କ ମଧ୍ୟରେ ଭେଟଘାଟ ହୁଏ ତେବେ କଣ ଆଲୋଚନା ହେବ ତାହା ଉପରେ ସମସ୍ତଙ୍କର ନଜର ରହିବ । କାରଣ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତୃତୀୟ ସାମ୍ମୁଖ୍ୟ ଗଠନ ପାଇଁ ଜୋରଦାର ଉଦ୍ୟମ କରୁଛନ୍ତି । ଏଥିପାଇଁ ବିଭିନ୍ନ ଆଞ୍ଚଳିକ ଦଳର ନେତୃବୃନ୍ଦଙ୍କୁ ଭେଟୁଛନ୍ତି । ଏହାପୂର୍ବରୁ ନୀତିଶ କୁମାର ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀଙ୍କୁ ଭେଟିଥିଲେ ।

ସେତେବେଳେ ବିଜେପି ବିରୋଧୀ ମେଣ୍ଟ ଗଠନ ଦିଗରେ ଆଲୋଚନା ହୋଇଥିବା ନେଇ ଚର୍ଚ୍ଚା ହୋଇଥିଲା । ଏପରିକି ଗତ କିଛି ଦିନ ପୂର୍ବେ ମମତା ବାନାର୍ଜୀ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ସେତେବେଳେ ଏହାକୁ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଇଥିଲା ।

   Related Posts