ଟିକାଦାନ କେନ୍ଦ୍ର ବଢାଇବା ପାଇଁ ସବୁ ଜିଲ୍ଲାକୁ ନିର୍ଦ୍ଦେଶ : ପରିବାର କଲ୍ୟାଣ ନିର୍ଦ୍ଦେଶକ

Published By : Prameya-News7 Bureau | August 08, 2022 IST

ଭୁବନେଶ୍ବର ୮।୮: ଟିକାକରଣ ବଢ଼ାଇବା ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ବ ଦେଉଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କରିଛନ୍ତି । ଟିକାକରଣ କେନ୍ଦ୍ର ବଢାଇବା ପାଇଁ ସବୁ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ପ୍ରତି ବ୍ଲକରେ ୪ଟି ମୋବାଇଲ ଭ୍ୟାନର ବ୍ୟବସ୍ଥା ମଧ୍ୟ କରାଯାଇଛି । ବର୍ତ୍ତମାନ ଆଉ ରାଜ୍ୟରେ ଟିକାର ଅଭାବ ନାହିଁ ।

ଏଯାଏଁ ରାଜ୍ୟରେ ୪୬ ଲକ୍ଷ ୬୬ ହଜାର ଲୋକ ପ୍ରିକସନ୍ ଡୋନ୍ ନେଇ ସାରିଛନ୍ତି ।  ଯାହାକି ମୋଟ୍ ଲୋକଙ୍କର ୧୪ ପ୍ରତିଶତ । ବାକି ଲୋକଙ୍କୁ ଖୁବ୍‌ ଶୀଘ୍ର ଟିକାକରଣ କରାଯିବ।  ଏବେ ୯ ଲକ୍ଷ କୋଭିସିଲ୍ଡ ଟିକା ଆସିଛି । ଏହାସହ ୧୦ ତାରିଖ ଦିନ ଆଉ ୬ ଲକ୍ଷ କୋଭିସିଲ୍ଡ ଟିକା ଆସିବ ।  ଆମେ ସମସ୍ତଙ୍କୁ ଅନୁରୋଧ କରୁଛି ସମସ୍ତେ ପ୍ରିକସନ୍ ଡୋଜ୍ ନିଅନ୍ତୁ ।  ଅବଧି ପୁରିଥିବା ୨୪ ଲକ୍ଷ ୯୦ ହଜାର ଲୋକ ଦ୍ବିତୀୟ ଡୋଜ୍ ଟିକା ନେଇନାହାନ୍ତି ।  କିଭଳି ୩ ହଜାର ଟିକାକରଣ କେନ୍ଦ୍ର କାର୍ଯ୍ୟକାରୀ ହେବ ତାକୁ ଦୃଷ୍ଟି ଦିଆଯାଉଛି । ଗାଁ ଗାଁ ବୁଲି ଟିକାକରଣ ଉପରେ ଗୁରୁତ୍ବ ଦିଆଯାଉଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.