ମହାନଦୀରେ ଆସିପାରେ ଛୋଟ ବନ୍ୟା, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି- ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

Published By : Prameya-News7 Bureau | August 13, 2022 IST

ଭୁବନେଶ୍ୱର ୧୩।୦୮: ମହାନଦୀରେ ସ୍ୱଳ୍ପ ଧରଣର ବନ୍ୟା ଆଶଙ୍କା । ଯଦି ଉପର ମୁଣ୍ଡରେ ଅର୍ଥାତ ଛତିଶଗଡ଼ରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ବି ଏହି ଭଳି ବର୍ଷା ଜାରି ରୁହେ । ତେବେ ମହାନଦୀ ରେ ସ୍ୱଳ୍ପ ଧରଣର ବନ୍ୟା ଆମେ ଦେଖିବା ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ରବିବାର ସକାଳ ୮ଟା ବେଳେ ମୁଣ୍ଡଳୀ ଦେଇ ୬ ଲକ୍ଷ କ୍ୟୁସେକ୍‌ ପାଣି ଅତିକ୍ରମ କରିବ । ସେପଟେ ଛତିଶଗଡ଼ରେ ପ୍ରବଳ ବର୍ଷା ହେଉଥିବାରୁ ତାଙ୍କର ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ହୀରାକୁଦର ଅଧିକ ଗେଟ ଖୋଲିବା ନେଇ ଚାପ ପକାଉଛନ୍ତି । ମାତ୍ର ଆମେ ତାଙ୍କୁ ଜବାବରେ ଜଣାଇଛୁ । ଆଗକୁ ସ୍ଥିତି ଦେଖି ଆମେ ହୀରାକୁଦ ଗେଟ ଖୋଲିବୁ ।

ତେବେ ବର୍ତ୍ତମାନ ସୁଦ୍ଧା ହୀରାକୁଦରେ ୨୪ଟି ଗେଟ ଖୋଲାଯାଇଥିବା ବେଳେ ଆଗକୁ ଏହା ବଢ଼ିପାରେ । ବୈତରଣୀ ଓ ଜଳକା ନଦୀରେ ଜଳସ୍ତର ବଢିବାରେ ଲାଗିଛି । ସ୍ଥିତି ଉପରେ ତିକ୍ଷଣ ନଜର ରଖାଯାଇଛି । ସମସ୍ତଙ୍କ ଛୁଟି ବାତିଲ କରାଯାଇ ଆଲର୍ଟ ମୋଡ଼ରେ ରଖାଯାଇଛି।  ଦୁର୍ବଳ ନଦୀ ବନ୍ଧ ଉପରେ କଡାକଡି ଭାବେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.